Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ହନୁମାନ ଜୟନ୍ତୀ ପୂର୍ବରୁ ସମ୍ବଲପୁରରେ ଜାରି ହୋଇଛି ୧୪୪ ଧାରା। ସହରର ୬ଟି ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ଆସନ୍ତାକାଲି ହନୁମାନ ଜୟନ୍ତୀ ଥିବାରୁ କୌଣସି ବିଶୃଙ୍ଖଳା ପରିସ୍ଥତି ନ ଘଟିବା ପାଇଁ ପ୍ରାଶସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

ଗତକାଲି ସମ୍ବଲପୁରରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଧନୁପାଲି ଛକରୁ ରାଲି ଗଲା ବେଳେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ଏହାକୁ ଅଟକାଇବାକୁ ଚେଷ୍ଟା କରିବା ବେଳେ ପୁଲିସ ଉପରେ ଉତ୍ତ୍ୟକ୍ତ ଲୋକମାନେ ପଥର ମାଡ଼ କରିଥିଲେ। ଏହାସହ ଉତ୍ତ୍ୟକ୍ତ ଲୋକେ ଦୋକାନ ଜାଳିବା ସହ କାର୍, ବାଇକ ଜାଳି ଦେଇଥିଲେ।ସ୍ପଷ୍ଟ ହୋଇନଥିବା ବେଳେ ତିର୍ତ୍ତୋଲ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *