ସମ୍ବଲପୁର ସହରରେ କର୍ଫ୍ୟୁ ଲାଗୁ

ଶବ୍ଦ ଓଡିଶା ବ୍ୟୁରୋ: ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁରରେ ଦୁଇଗୋଷ୍ଠୀ ଭିତରେ ଆରମ୍ଭ ହୋଇଥିବା ଗଣ୍ଡଗୋଳ ଉଗ୍ର ରୂପ ଧାରଣ କରିଛି। ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଗତକାଲି ରାତି ୧୨ଟାରୁ ସମ୍ବଲପୁର ସହରର ୬ଟି ଥାନା ଅଞ୍ଚଳରେ ଲାଗୁ ହୋଇଛି କର୍ଫ୍ୟୁ।
ସମ୍ବଲପୁର ଟାଉନ୍, ଧନୁପାଲି, କ୍ଷେତରାଜପୁର , ଅଇଁଠାପାଲି, ବରେଇପାଲି ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି। ଏ ନେଇ ସମ୍ବଲପୁର ଉପଜିଲ୍ଲାପାଳ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । କୌଣସି ଅପ୍ରୀତିକର ପରିସ୍ଥିତି ଏଡାଇବାକୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ ।

You May Also Like

More From Author

+ There are no comments

Add yours