Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଜୁଲାଇ ୧ତାରିଖରେ ଆରମ୍ଭ ହେବ ଅମରନାଥ ଯାତ୍ରା । ଏନେଇ ସୂଚନା ଦେଇଛନ୍ତି ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଜୁଲାଇ ୧ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୩୧ତାରିଖ ପର୍ଯ୍ୟନ୍ତ ୬୨ଦିନ ଧରି ଚାଲିବ ଯାତ୍ରା । ଏଥିପାଇଁ ଏପ୍ରିଲ ୧୭ରେ ଆରମ୍ଭ ହେବ ପଂଜୀକରଣ । ଅନଲାଇନ ଓ ଅଫଲାଇନ ମାଧ୍ୟମରେ ଏହି ପଂଜୀକରଣ କରିହେବ । ଶ୍ରଦ୍ଧାଳୁମାନେ କିପରି ସୁରୁଖୁରୁରେ ଓ ସୁବିଧାରେ ଅମରନାଥ ଯାତ୍ରା କରିପାରିବେ ସେ ନେଇ ସମସ୍ତ ବନ୍ଦୋବସ୍ତ କରାଯାଇଥିବା ଉପରାଜ୍ୟପାଳ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *