Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ହିଂସାକାଣ୍ଡ ଘଟଣା ପ୍ରତିବାଦରେ ରାଜ୍ୟର ୧୪ ଜିଲ୍ଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଶ୍ୱହିନ୍ଦୁ ପରିଷଦ। ଭିଏଚପି ପଶ୍ଚିମ ପ୍ରାନ୍ତ ଶାଖା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରଖିବା ସହ ଚକ-ଅଖ ବନ୍ଦ ରହିବ। ଆଜି ସକାଳୁ ସକାଳୁ ଏହି ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି।

ବଲାଙ୍ଗିରରେ ବଜରଙ୍ଗ ଦଳର ସଦସ୍ୟ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ଭବାନୀପାଟଣାରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସେହିପରି ଦେବଗଡ଼ ଜିଲ୍ଲାରେ ବନ୍ଦ ଡାକରାକୁ ସମର୍ଥ କରି ଦୋକାନ ବଜାର, ଗାଡ଼ି ଚଳାଚଳ ବନ୍ଦ ରହିଛି। ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ବନ୍ଦ ଡାକରା ଦେଇଛି ବିଶ୍ୱ ହିନ୍ଦୁ ପରିଷଦ।

Leave a Reply

Your email address will not be published. Required fields are marked *