Wed. Oct 14th, 2026

ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା କମିବ। ଆସନ୍ତା ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇଛନ୍ତି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ୨୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲାରେ କେତେକ ସ୍ଥାନରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଫଳରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲାରେ କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ।

Leave a Reply

Your email address will not be published. Required fields are marked *