ଆଜିଠୁ ତାତିରୁ ମିଳିବ ଆଶ୍ୱସ୍ତି, କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ

ଶବ୍ଦ ଓଡିଶା ବ୍ୟୁରୋ: ସଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି । ଆଜିଠାରୁ ବିଭିନ୍ନ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଆଗାମୀ ୩ରୁ ୪ ଦିନ ଯାଏଁ ତାପମାତ୍ରା ହ୍ରାସ ପାଇବ ବୋଲି ମଧ୍ୟ ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ଭୋରରୁ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଛି । କଟକ, ଭୁବନେଶ୍ୱର ସମେତ ଆଉ କିଛି ଜିଲ୍ଲାରେ ଥଣ୍ଡା ପବନ ଅନୁଭୂତ ହୋଇଛି । କଟକରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଗତ କିଛି ଦିନ ଧରି ରାଜ୍ୟରେ ପ୍ରଚଣ୍ଡ ତାତି ଜାରି ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ବିଶେଷକରି ବାରିପଦା ଓ ଝାରସୁଗୁଡ଼ାରେ ଅଧିକ ତାତି ଅନୁଭୂତ ହୋଇଥିଲା । ରାଜଧାନୀ ଭୁବନେଶ୍ୱରରେ ଗତକାଲି ତାପମାତ୍ରା ୪୩ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ତେବେ କାଳବୈଶାଖୀ ଦ୍ୱାରା ତାତିର ପ୍ରକୋପ କମିବ ।

You May Also Like

More From Author

+ There are no comments

Add yours