Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି କରିଛନ୍ତି।
ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ଫେବ୍ରୁଆରୀ ମାସରେ ଓଡ଼ିଶା ଗସ୍ତରେ ଆସିଥିଲେ। ଏହି ଗସ୍ତ ସମୟରେ ସେ ଫେବ୍ରୁଆରୀ ୧୦ ତାରିଖରେ ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ସେହିପରି ଫେବ୍ରୁଆରୀ ୧୧ ତାରିଖରେ କଟକର ବିଦ୍ୟାଧରପୁରସ୍ଥିତ ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଦ୍ୱିତୀୟ ଇଣ୍ଡିଆନ୍ ରାଇସ୍ କଂଗ୍ରେସରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *