Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଜମ୍ମୁ-କଶ୍ମୀର ପୁଞ୍ଚ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ଆଜି ସକାଳେ ଭୁବନେଶ୍ୱରରେ ପହଞ୍ଚିଛି। ଦିଲ୍ଲୀରୁ ଏକ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସହିଦଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହାପରେ ଶୋଭାଯାତ୍ରାରେ ଜନ୍ମମାଟି ପୁରୀ ଜିଲ୍ଲା ସତ୍ୟବାଦୀ ଖଣ୍ଡାୟତ ସାହିକୁ ଯିବ ସହିଦ ଯବାନଙ୍କ ମର ଶରୀର। ଖଣ୍ଡାୟତ ସାହି ଗାଁ ଶ୍ମଶାନରେ ସହିଦ ଦେବାଶିଷଙ୍କର ହେବ ଶେଷକୃତ୍ୟ। ଗତକାଲି ମୁଖ୍ୟମନ୍ତ୍ରୀ ସହିଦ ଦେବାଶିଷ ବିଶ୍ୱାଳଙ୍କ ପରିବାରକୁ ୨୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ଦିଆଯିବ ବୋଲି କହିଥିଲେ।

Leave a Reply

Your email address will not be published. Required fields are marked *