ଚନ୍ଦନ ଯାତ୍ରାର ଏକୋଇଶ ଦିନରୁ କୋଡ଼ିଏ ଦିନ ମଦନମୋହନ ପ୍ରତ୍ୟେକ ଦିନ ନୂଆ ବେଶ ଧାରଣ କରନ୍ତି । ଏହାର ଅନେକଗୁଡ଼ିଏ ବେଶ କୃଷ୍ଣଲୀଳାର ସ୍ମୃତିଚାରଣ ଉଦ୍ଦେଶ୍ୟରେ ଅନୁଷ୍ଠିତ ହୋଇଥାଏ ।ନୃସିଂହ ଜନ୍ମତିଥିରେ ମଦନମୋହନ କୌଣସି ପ୍ରକାର ବେଶ ହୁଅନ୍ତି ନାହିଁ ।
କ୍ରମାନୁଯାୟୀ ବେଶଗୁଡ଼ିକ ହେଲା:
ଅକ୍ଷୟ ତୃତୀୟା: ନଟବର ବେଶ (ତ୍ରିଭଙ୍ଗ ନୃତ୍ୟରତ ଶ୍ରୀକୃଷ୍ଣ)
ବୈଶାଖ ଶୁକ୍ଳ ଚତୁର୍ଥୀ: ହରିଜନ୍ମ ବେଶ (ବସୁଦେବଙ୍କଦ୍ୱାରା ନଦୀପାରି ବେଶ)
ବୈଶାଖ ଶୁକ୍ଳ ପଞ୍ଚମୀ: ରାଜାଧିରାଜ ବେଶ (ଦ୍ୱାରକାଧୀଶ)
ବୈଶାଖ ଶୁକ୍ଳ ଷଷ୍ଠୀ: ଖଟଦୋଳି ବେଶ (କୁଞ୍ଜରେ ଦୋଳିଖେଳ)
ବୈଶାଖ ଶୁକ୍ଳ ସପ୍ତମୀ: ଗୋମତୀ କୃଷ୍ଣ ବେଶ (ବ୍ରହ୍ମଗୋପାଳ ବେଶ)
ବୈଶାଖ ଶୁକ୍ଳ ଅଷ୍ଟମୀ: ବତ୍ସାଚାରଣ (ଗୋଚାରଣ ଗୋପାଳ)
ବୈଶାଖ ଶୁକ୍ଳ ନବମୀ: ବତ୍ସାହରଣ ବେଶ (ବ୍ରହ୍ମ ବିମୋହନ ଲୀଳା)
ବୈଶାଖ ଶୁକ୍ଳ ଦଶମୀ: ଅଘାସୁର ବଧ ବେଶ (କୃଷ୍ଣଙ୍କଦ୍ୱାରା ଅଘାସୁର ବଧ)
ବୈଶାଖ ଶୁକ୍ଳ ଏକାଦଶୀ: ଚକ୍ର ନାରାୟଣ ବେଶ (ଚକ୍ରଧାରୀ କୃଷ୍ଣ)
ବୈଶାଖ ଶୁକ୍ଳ ଦ୍ୱାଦଶୀ: ନାବକେଳି ବେଶ (ଯମୁନା କେଳି)
ବୈଶାଖ ଶୁକ୍ଳ ତ୍ରୟୋଦଶୀ: ରାହାସମଣ୍ଡଳି ବେଶ (ରାସ କ୍ରୀଡା)
ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ: (ନୃସିଂହ ଜନ୍ମ ତିଥି)ଏହି ଦିନ ବେଶ କରାଯାଏ ନାହିଁ
ବୈଶାଖ ପୂର୍ଣ୍ଣିମା: କନ୍ଦର୍ପ ରଥ ବେଶ (ଗୋପାଙ୍ଗନାଙ୍କଦ୍ୱାରା ରଥାକୃତି ପରିବେଷ୍ଟିତ କୃଷ୍ଣ)
ବୈଶାଖ କୃଷ୍ଣ ପ୍ରତିପଦା: ଷଡ଼ଭୂଜ ଗୌରାଙ୍ଗ ବେଶ (କଳିଯୁଗ ପ୍ରେମାବତାର)
ବୈଶାଖ କୃଷ୍ଣ ଦ୍ୱିତୀୟା: ରଘୁନାଥ ବେଶ (କାଣ୍ଡ କୋଦଣ୍ଡଧାରୀ ଶ୍ରୀରାମ)
ବୈଶାଖ କୃଷ୍ଣ ତୃତୀୟା: ଗିରିପୂଜା ବେଶ (ଗୋବର୍ଦ୍ଧନ ପୂଜା )
ବୈଶାଖ କୃଷ୍ଣ ଚତୁର୍ଥୀ: ଗିରିଟେକା ବେଶ (ଗୋବର୍ଦ୍ଧନ ଧାରୀ)
ବୈଶାଖ କୃଷ୍ଣ ପଞ୍ଚମୀ: ବସ୍ତ୍ରହରଣ ବେଶ (କେଳି କଦମ୍ବ ତରୁରେ ଆରୁଢ଼ କୃଷ୍ଣଙ୍କ କର୍ତ୍ତୃକ ସ୍ନାନରତା ଗୋପୀମାନଙ୍କ ବସ୍ତ୍ରହରଣ ଲୀଳା)
ବୈଶାଖ କୃଷ୍ଣ ଷଷ୍ଠୀ: ଚିନ୍ତାମଣୀ କୃଷ୍ଣ ବେଶ/ ମଦନ ମୋହନ ବେଶ (ମୂରଲୀଧର)
ବୈଶାଖ କୃଷ୍ଣ ସପ୍ତମୀ: ଗଜ ଉଦ୍ଧାରଣ ବେଶ (ଗଜକୁ କୁମ୍ଭୀର କବଳରୁ ରକ୍ଷା କରିବା)
ବୈଶାଖ କୃଷ୍ଣ ଅଷ୍ଟମୀ: କୁଞ୍ଜବିହାରୀ ବେଶ (ନିକୁଞ୍ଜରେ ଦୋଳି ଖେଳା)
+ There are no comments
Add yours