Wed. Oct 14th, 2026

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଟପିଛି I ମୋଟ ୬୬୧୬ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥରୁ ୫୦୨ଟି ପଜିଟିଭ ଆସିଛି। ପରୀକ୍ଷଣ ପଜିଟିଭିଟି ହାର ୭ .୫ % କୁ ବୃଦ୍ଧି ପାଇଥିବାବେଳେ ଓଡିଶାରେ ବର୍ତ୍ତମାନ ୨ ,୯୧୬ ସକ୍ରିୟ ମାମଲା ରହିଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ଆଉ ୨୭୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।ସେହିପରି ଦେଶରେ ଗତ ୨୪ ଘଣ୍ଟାରେ ୧୦,୧୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଆସିଥିବା ରିପୋର୍ଟରେ ୧୨,୧୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା। ତେବେ ଆଉ ୧୦,୧୧୨ଟି ପଜିଟିଭ ମାମଲା ଆସିବା ସହିତ ଦେଶରେ ଚିକିତ୍ସାଧୀନ ଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭,୮୦୬କୁ ବୃଦ୍ଧି ପାଇଛି। ସେହିପରି ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୯,୮୩୩ ଜଣ ସୁସ୍ଥ ହୋଇଛନ୍ତି।

Leave a Reply

Your email address will not be published. Required fields are marked *