ରାଜ୍ୟରେ ଆଉ ୩ ଦିନ କାଳବୈଶାଖୀ ବର୍ଷା, ଜାଣନ୍ତୁ କେଉଁ ଜିଲ୍ଲାରେ ବର୍ଷିବ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା । ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋ‌ର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଅଞ୍ଚଳରେ ପବନର ବେଗ ଅଧିକ ରହିବା ଏବଂ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ।

ସେପଟେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର ଓ ନୟାଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି । ରାଜଧାନୀ ଭୁବନେଶ୍ୱରରେ ପାଗ ଆଂଶିକ ମେଘୁଆ ରହିବ । ଅପରାହ୍ଣରେ ବର୍ଷା ହେବାର ସମ୍ଭାବନା ରହିଛି । ୨୮ ତାରିଖ ଦିନ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା କମିବ । ଉପକୂଳ ଓ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ ବର୍ଷା ହୋଇପାରେ । ୩୦ ତାରିଖ ଆଡକୁ ରାଜ୍ୟରେ ତାପମାତ୍ରା ଓ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours