ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ : ମେ୪ ତାରିଖରେ ମୟୂରଭଞ୍ଜ ଆସିବେ ଦ୍ରୌପଦୀ ମୁର୍ମୁ

ଶବ୍ଦ ଓଡିଶା ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ । ମେ ୯ ତାରିଖ ପରିବର୍ତ୍ତେ ୪ ତାରିଖରେ ମୟୂରଭଞ୍ଜ ଆସିବେ ମହାମହିମ । ୪ ତାରିଖରେ ରାଇରଙ୍ଗପୁରରେ ପହଞ୍ଚିବା ପରେ ପୂର୍ବରୁ ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ । ସେହି ରାତିରେ ବାରିପଦା ଆସି ସର୍କିଟ୍ ହାଉସରେ ରହିବେ । ୬ ତାରିଖରେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ।

ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସଚିବ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କୁ ଏହି ସୂଚନା ଦେଇଥିବା ଜଣାପଡିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ଜିଲ୍ଲା ପ୍ରଶାସନ ମଧ୍ୟ ସମସ୍ତ ବ୍ୟବସ୍ଥା କରୁଛି ବୋଲି ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି ସୂଚନା ଦେଇଛନ୍ତି । ମେ ୯ ତାରିଖରେ ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ସମାବର୍ତନ ଉତ୍ସବକୁ ଆସିବାର ଥିଲା । ଏ ନେଇ ଗତ ୨୦ ତାରିଖରେ ରାଷ୍ଟ୍ରପତି ଭବନରୁ ସୂଚନା ଦିଆଯାଇଥିଲା ।

You May Also Like

More From Author

+ There are no comments

Add yours