୫ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ଆଜି ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବଲାଙ୍ଗିର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଂଟାକୁ ୪୦ରୁ ୫୦ କିମି ବେଗରେ ବହିପାରେ ।

ସେପଟେ ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିସହ କନ୍ଧମାଳ, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ରାୟଗଡା, କୋରାପୁଟ, ମାଲକାନଗିରି, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଦେବଗଡ ଜିଲ୍ଲାରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ହେବା ପୂର୍ବାନୁମାନ କରାଯାଇଛି । ଏହି ୧୩ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଳବୈଶାଖୀ ବର୍ଷା ଯୋଗୁଁ ରାଜ୍ୟରେ ତାପମାତ୍ରା ବିଶେଷ ବଢିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

You May Also Like

More From Author

+ There are no comments

Add yours