୭ରେ ଲଘୁଚାପ, ୯ ତାରିଖରେ ବାତ୍ୟା ଆଶଙ୍କା

ଶବ୍ଦ ଓଡିଶା ବ୍ୟୁରୋ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୭ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଆଉ ୮ ତାରିଖରେ ଏହା ଅବପାତରେ ପରିଣତ ହୋଇ ଉତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ, ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ତେବେ ଏହାର ଗତି ପଥ କଣ ହେବ ତାହା ସ୍ପଷ୍ଟ ହୋଇନାହିଁ । କିନ୍ତୁ ପାଣିପାଗ ସଂସ୍ଥା ୱିଣ୍ଡିର ଦୁଇଟି ମଡେଲର ଆକଳନ ଅନୁସାରେ ୧୨ତାରିଖରେ ବାତ୍ୟା ବାଂଲାଦେଶ-ମିଆଁମାର ମଝିରେ ସ୍ଥଳଭାଗ ଛୁଇଁପାରେ ।

You May Also Like

More From Author

+ There are no comments

Add yours