ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ଆଜି ୧୯୯୦ ବ୍ୟାଚର ୩ଜଣ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି । ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ଡିଜି ପହ୍ୟାକୁ ପଦୋନ୍ନତି ମିଳିଥିବାବେଳେ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର ଖୁରିନିଆଙ୍କୁ ଡିଜି ପାହ୍ୟାକୁ ପ୍ରୋଫର୍ମା ପଦୋନ୍ନତି ମିଳିଛି । ଏହି ପଦୋନ୍ନତି ସହ ଡିଜି ପାହ୍ୟାରେ ଏବେ ପୁଲିସ ଡିଜି ସୁନୀଲ କୁମାର ବଂଶଲଙ୍କୁ ମିଶାଇ ମୋଟ ୯ଜଣ ବରିଷ୍ଠ ଆଇପିଏସ୍ ଅଛନ୍ତି ଓ ସେମାନଙ୍କ ମଧ୍ୟରୁ ୩ଜଣ କେନ୍ଦ୍ରୀୟ ଡେପୁଟେସନରେ ରହିଛନ୍ତି । ୧୯୮୯ ବ୍ୟାଚ୍ ଆଇପିଏସ୍ ଅମ୍ରିତ ମୋହନ ପ୍ରସାଦ ଓ ବି.ରାଧିକା ଏବଂ ୧୯୯୦ ବ୍ୟାଚ୍ ଆଇପିଏସ୍ ୱାଇ ବି ଖୁରାନିଆ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ।

You May Also Like

More From Author

+ There are no comments

Add yours