ରାଜ୍ୟରେ କାଳବୈଶାଖୀ ପ୍ରଭାବ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, କନ୍ଧମାଳ, କେନ୍ଦୁଝର ଓ ନବରଙ୍ଗପୁର ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତାକାଲିଠାରୁ ଖରାର ମାତ୍ରା ବଢ଼ିବ ଓ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।

You May Also Like

More From Author

+ There are no comments

Add yours