Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ରାଷ୍ଟ୍ରପତିଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି। ଦିନ ୧୨ଟାରେ ଶିମିଳିପାଳରେ ପହଞ୍ଚିବା ପରେ ସେଠାରେ ଅଢେଇ ଘଣ୍ଟା ଅର୍ଥାତ୍ ଦିନ ୨ଟା ୩୦ ମିନିଟ୍ ପର୍ଯ୍ୟନ୍ତ ରହିବେ। ଏହାପୂର୍ବରୁ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମବାର୍ଷିକୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ।

ଆସନ୍ତାକାଲି ବାରିପଦାର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବା ପରେ ନୂଆଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି।

Leave a Reply

Your email address will not be published. Required fields are marked *