ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଶବ୍ଦ ଓଡିଶା ବ୍ୟୁରୋ: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ଲାଗିରହିଛି । ତେବେ ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭବନା ରହିଛି । ଆସନ୍ତାକାଲି ସୁଦ୍ଧା ଏହି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହାର ତିବ୍ରତା କେତେ ରହିବ ଓ ସାମ୍ଭବ୍ୟ ବାତ୍ୟାର ଗତିପଥ ତ୍ରୀବତା ନେଇ ସୂଚନା ମିଳିପାରିବ ।

ୱିଣ୍ଡି ଡଟ୍ କମ୍ ପ୍ରଦର୍ଶିତ କରିଥିବା ଜିଏଫଏସ ମଡେଲର ଚିତ୍ର ଅନୁସାରେ ୯ ତାରିଖରୁ ୧୨ ତାରିଖ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବାତ୍ୟା ସୃଷ୍ଟି ହେବ । ୧୦ ଓ ୧୧ ତାରିଖରେ ଉପକୂଳ ଆଡ଼କୁ ଗତି କରିବ ବାତ୍ୟା । ଆଉ ଏହା ସ୍ଥଳ ଭାଗରେ ମାଡ଼ ହେବ । କିନ୍ତୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ତୀବ୍ରତା ଓ ଗତିପଥ ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ ।

You May Also Like

More From Author

+ There are no comments

Add yours