ଅନ୍ଧକାରରେ ଭାଷଣ ଦେଲେ ରାଷ୍ଟ୍ରପତି, ଜନ୍ମମାଟିରେ ବିକାଶର ଧାରାକୁ ନେଇ ଉଠିଲା ପ୍ରଶ୍ନ

ରାଷ୍ଟ୍ରପତି ଭାଷଣ ଦେଲା ବେଳେ ଚାଲିଗଲା ବିଦ୍ୟୁତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେଲା ବେଳେ ଅନ୍ଧାର ହୋଇଯାଇଥିଲା । ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଅନ୍ଧାରରେ ଭାଷଣ ଦେଉଥିଲେ ରାଷ୍ଟ୍ରପତି । ଭାଷଣ ଆରମ୍ଭ କରିବାର ଅଳ୍ପ ସମୟ ପରେ ବିଜୁଳି ଚାଲିଗଲା । ପୋଡିୟମରେ ଜଳୁଥିବା କ୍ଷୀଣ ଲାଇଟରେ ଭାଷଣ ଦେଲେ ରାଷ୍ଟ୍ରପତି । ମଞ୍ଚରେ ଉପସ୍ଥିତ ଥିଲେ ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ବିଶ୍ୱବିଦ୍ୟାଳୟର କୁଳପତି । ମିଳିଥିବା ସୂଚନା ଅନୁସାରେ ୧୧ଟା ୫୬ରୁ ୧୨ଟା ୫ ପର୍ଯ୍ୟନ୍ତ ପାୱାର ଟ୍ରିପ୍ ଥିଲା । ବିଜୁଳି ଚାଲିଯିବା ପରେ ଅଭିଭାଷଣରେ ରାଷ୍ଟ୍ରପତି ବିରତି ଲଗାଇନଥିଲେ। ଦେଶର ପ୍ରଥମ ନାଗରିକଙ୍କ ଜନ୍ମମାଟିରେ କେତେ ବିକାଶର ଧାରା ପହଞ୍ଚିଛି ଏନେଇ ବିଭିନ୍ନ ମହଲରୁ ପ୍ରଶ୍ନ ଉଠିଛି।

You May Also Like

More From Author

+ There are no comments

Add yours