ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ

ଶବ୍ଦ ଓଡିଶା ବ୍ୟୁରୋ: ଦକ୍ଷିଣ-ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ କାଲି ସକାଳ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ୯ତାରିଖ ବେଳକୁ ଲଘୁଚାପଟି ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ।
ପରବର୍ତି ସମୟରେ ଏହା ଅଧିକ ଘନୀଭୂତ ହୋଇ ସାମୁଦ୍ରିକ ଝଡ ବା ବାତ୍ୟା ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଇଏମଡି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତି ପଥ ଓ ତୀବ୍ରତା ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।

You May Also Like

More From Author

+ There are no comments

Add yours