ଶବ୍ଦ ଓଡିଶା ବ୍ୟୁରୋ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ। ନବୀନ-ନୀତିଶଙ୍କ ଭେଟଘାଟକୁ ନେଇ ରାଜ୍ୟ ରାଜନୀତି ଠାରୁ ଜାତୀୟ ରାଜନୀତି ଅଧିକ ଚଳଚଞ୍ଚଳ ହୋଇ ଉଠିଛି। ୨୦୦୯ରୁ ବିଜେପି ଓ କଂଗ୍ରେସ ଠାରୁ ସମଦୂରତା ରଖିଥିବା ବିଜେଡି ବିରୋଧୀଙ୍କ ମହାମେଣ୍ଟରେ ସାମିଲ୍ ହେବ କି ନାହିଁ ସେନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଗଲାଣି।
ନୀତିଶ କୁମାର ୯ତାରିଖ ମଧ୍ୟାହ୍ନରେ ଭୁବନେଶ୍ବରରେ ପହଞ୍ଚିବା ପରେ ସିଧା ନବୀନ ନିବାସକୁ ଯିବେ। ସେଠାରେ ମଧ୍ୟାହ୍ନ ଭୋଜନ କରିବା ସହ ନବୀନଙ୍କ ସହ ପ୍ରାୟ ଦୁଇ ଘଣ୍ଟାର ଆଲୋଚନା କାର୍ଯ୍ୟକ୍ରମ ରହିଛି। ଏହାପରେ ଦୁଇ ନେତା ମିଳିତ ଭାବେ ଗଣମାଧ୍ୟମରେ ବିବୃତି ରଖିବେ।
