ଶବ୍ଦ ଓଡିଶା ବ୍ୟୁରୋ: ଅନୁଗୁଳ ବ୍ଳକ ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ବନ୍ତଳା ଥାନା ତଳଗଡ଼ ଗ୍ରାମର ବିଜୁଳି ସାହୁ ।
ବନ୍ତଳା ବନାଞ୍ଚଳର ତଳଗଡ଼ ଗ୍ରାମର ବିଜୁଳି ସାହୁ ସକାଳ ପ୍ରାୟ ୫ଟା ବେଳକୁ ଗାଁ ନିକଟରେ ଥିବା ଆମ୍ବ ବାଡିକୁ ଆମ୍ବ ଗୋଟାଇବାକୁ ଯାଇଥିଲେ। ତେବେ ପୂର୍ବରୁ ସେଠାରେ ଥିବା ଏକ ଦନ୍ତା ହାତୀ ବିଜୁଳିଙ୍କୁ ଆକ୍ରମଣ କରିଥିଲା। ହାତୀଟି ତାଙ୍କୁ ଶୁଣ୍ଢରେ କଚାଡି ଦେବା ସହ ପାଦରେ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ପକ୍ଷରେ ନିକଟରେ ଥିବା ଏକ ସୋଲାର ତାର ବାଡ଼ରେ ହାତୀଟି ଫସି ରହିଛି। ବନ ବିଭାଗର କର୍ମଚାରୀମାନେ ହାତୀ ଘଉଡାଇବା କାର୍ଯ୍ୟ ଜାରି କରିଛନ୍ତି।
