ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ଭୋଟ୍. ୯ ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର

ଶବ୍ଦ ଓଡିଶା ବ୍ୟୁରୋ: ଆଜି ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ । ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି, କଂଗ୍ରେସ ସହ ମୋଟ୍ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର ମତଦାନ କରିବେ । ଏଥିପାଇଁ ଝାରସୁଗୁଡ଼ା ପୌର ପରିଷଦ ସହ ଝାରସୁଗୁଡ଼ା, କୋଲାବିରା, ଲଇକେରା ଓ କିର୍ମିରା ବ୍ଲକରେ ମୋଟ୍ ୨୫୩ଟି ବୁଥ୍ ପ୍ରତିଷ୍ଠା କରାଯାଇଛି । ଆଦର୍ଶ ଓ ପିଙ୍କ ବୁଥରେ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ।

ନିର୍ବାଚନ ପରିଚାଳନା ପାଇଁ ମୋଟ୍ ୧୦୧୨ ଜଣ ପୋଲିଂ ଅଫିସର, ୧୦୮ ଜଣ ରିଜର୍ଭ ପୋଲିଂ ଅଫିସର, ୧୦୪ ଜଣ ମହିଳା ପୋଲିଂ ଅଫିସର ରହିଛନ୍ତି । ସମସ୍ତ ୨୫୩ ବୁଥରେ ୱେକାଷ୍ଟିଂ କରାଯିବ । ସମ୍ବେଦନଶୀଳ ୨୯ଟି ବୁଥ୍ ଉପରେ ନିରୀକ୍ଷଣ ପାଇଁ ଡ୍ରୋନ୍ ନିୟୋଜିତ କରାଯିବ ବୋଲି ଜଣାପଡ଼ିଛି ।

You May Also Like

More From Author

+ There are no comments

Add yours