ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ। ଏହାପୂର୍ବରୁ ହୋଇଛି ମକ୍ ପୋଲ୍। ୪ଟି ବ୍ଲକ ଓ ଗୋଟିଏ ପୌରପରିଷଦରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ମତଦାନ ସାବ୍ୟସ୍ତ କରୁଛନ୍ତି ୨ଲକ୍ଷ ୨୧ ହଜାର ୭୦ ଜଣ ଭୋଟର। ୧ ଲକ୍ଷ ୧୦ ହଜାର ୩୨୦ ପୁରୁଷ ଭୋଟର ରହିଥିବାବେଳେ ମହିଳା ଭୋଟର ଅଛନ୍ତି ୧ ଲକ୍ଷ ୧୦ ହଜାର ୬୮୭ ଏବଂ ୬୩ ଜଣ ଟ୍ରାନସଜେଣ୍ଡର ଭୋଟର ଅଛନ୍ତି।ତେବେ ପ୍ରଥମେ ମତଦାନ ସମୟରେ କିଛି ପୋଲିଂ ବୁଥରେ ଉତ୍ତେଜନା ସୃଷ୍ଟି ହୋଇଥିଲା । କିଛି ସ୍ଥାନରେ ପୁଲିସର ଗୁଣ୍ଡାଗର୍ଦ୍ଦି ମଧ୍ୟ ଦେଖିବାକୁ ମିଳିଥିବା ବେଳେ କିଛି ଭୋଟରଙ୍କ ନାଁ ଭୋଟିଂ ଲିଷ୍ଟରେ ଚଢି ନଥିଲା । ଯେଉଁଥିପାଇଁ ସେମାନେ ଅସନ୍ତୋଷ ଜାହିର କରିଥିଲେ । ମଇଦାନରେ ମୋଟ ୯ ଜଣ ପ୍ରାର୍ଥୀ ରହିଛନ୍ତି। ତିନି ପ୍ରମୁଖ ଦଳର ପ୍ରାର୍ଥୀ ହେଲେ ବିଜେଡିର ଦୀପାଳି ଦାସ, ବିଜେପିର ଟଙ୍କଧର ତ୍ରିପାଠୀ ଓ କଂଗ୍ରେସର ତରୁଣ ପାଣ୍ଡେ । ୨୫୩ଟି ବୁଥରୁ ୧୪୪ଟି ବୁଥ୍ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବାବେଳେ ପ୍ରଥମ ଥର ପାଇଁ ସବୁ ବୁଥରେ ଓ୍ବେବକାଷ୍ଟିଂ କରାଯାଉଛି। ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ୨୬ଟି ପିଙ୍କ୍ ଓ ମ୍ୟୁନିସିପାଲିଟି ଅଞ୍ଚଳକୁ ଛାଡି ବିଭିନ୍ନ ପଞ୍ଚାୟତରେ କରାଯାଇଛି ୪୦ଟି ମଡେଲ ବୁଥ୍ ।ପିଙ୍କ୍ ବୁଥରେ କେବଳ ମହିଳା ପୋଲିଂ ଅଧିକାରୀ ଓ ମହିଳା ପୋଲିସ ଅଧିକାରୀ ରହିଛନ୍ତି। ମଡେଲ ବୁଥଗୁଡିକରେ ମିଳିବ ଦହି, ଲସି, ଓଆରଏସ ପାଣି ଓ ଲେମ୍ବୁପାଣି । ଭୋଟରଙ୍କ ପାଇଁ ନିର୍ମାଣ ହୋଇଛି ପ୍ରତୀକ୍ଷାଳୟ। ଭିନ୍ନକ୍ଷମ ଭୋଟରଙ୍କ ପାଇଁ ହୁଇଲ ଚେୟାର ଏବଂ ରାମ୍ପ୍ ବ୍ୟବସ୍ଥା କରାଯାଇଛି। ଯୁବ ଭୋଟରଙ୍କୁ ଉତ୍ସାହିତ କରିବାକୁ କରାଯାଇଛି ସେଲଫି ପଏଣ୍ଟ । ଭୋଟରଙ୍କୁ ସହାୟତା କରିବା ପାଇଁ ସ୍ବେଚ୍ଛାସେବୀ ରହିଛନ୍ତି ।ତେବେ ଉପନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୬ କମ୍ପାନୀ କେନ୍ଦ୍ରୀୟ ଅର୍ଦ୍ଧ- ସାମରିକ ବାହିନୀ ସହ ଓଡ଼ିଶା ପୋଲିସର ୧୯ ପ୍ଳାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ୨୫ଟି ମୋବାଇଲ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଛି । ନିୟୋଜିତ ବିଭିନ୍ନ ଗାଡ଼ିରେ ଜିପିଏସ୍ ଲଗାଯାଇଛି । କିଛି ଅଘଟଣ ଘଟିଲେ ୧୦-୧୫ ମିନିଟରେ ପୋଲିସ ପହଞ୍ଚିବ । ଜିଲ୍ଲାର ସବୁ ସୀମାକୁ ସିଲ୍ କରି ୧୭ଟି ସ୍ଥାନରେ କରାଯାଉଛି ଯାଞ୍ଚ ।
You May Also Like
ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ
September 20, 2024
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
More From Author
ବନ୍ଦ୍ ହୋଇଯିବ ଇଣ୍ଟରନେଟ!
July 13, 2023
ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସମୀର
July 13, 2023
ସଂରକ୍ଷିତ ଜଙ୍ଗଲରୁ ବାରହା ମାଂସ ଜବତ, ୨ଗିରଫ
July 12, 2023
+ There are no comments
Add yours