ଶବ୍ଦ ଓଡିଶା ବ୍ୟୁରୋ: ଆସୁଛି ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ମୋଟ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ। ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି । ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ କାଉଣ୍ଟିଂ ଅବଜରଭର ଅଛନ୍ତି। ଜେନେରାଲ ଅବଜରଭରଙ୍କ ପ୍ରତିନିଧି ଭାବେ ଜଣେ ମାଇକ୍ରୋ ଅବଜରଭର ଅଛନ୍ତି।
ଭୋଟ ଗଣତି ପାଇଁ ୨୦ ଜଣ କାଉଣ୍ଟିଂ ସୁପରଭାଇଜର, ୨୦ ଜଣ କାଉଣ୍ଟିଂ ଅସିଷ୍ଟାଣ୍ଟ ଏବଂ ୨୦ ଜଣ କାଉଣ୍ଟିଂ ଅବଜରଭ ଅଛନ୍ତି। ପ୍ରତି ଟେବୁଲରେ କାଉଣ୍ଟିଂ ଅନୁସାରେ ଅଧିକାରୀ ନିୟୋଜିତ ହୋଇଛନ୍ତି।
