ଶବ୍ଦ ଓଡିଶା ବ୍ୟୁରୋ: ବିମାନଯାତ୍ରୀଙ୍କ ଲାଗି ଖୁସି ଖବର। ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ। ଇଣ୍ଡିଗୋ ବିମାନ ସେବା କମ୍ପାନୀ ପକ୍ଷରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଦୁବାଇ ବିମାନ ବନ୍ଦରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ।
ଏଥିପାଇଁ ଟିକେଟର ମୂଲ୍ୟ ରହିଛି ୧୦ ହଜାର ଟଙ୍କା। ତେବେ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ ୨୦ ହଜାର ଟଙ୍କା ରଖାଯାଇଛି। ସପ୍ତାହକ ମଧ୍ୟରେ ୩ ଦିନ ଉଡାଣ କରିବ। ସୋମବାର,ବୁଧବାର ଓ ଶୁକ୍ରବାର ଦୁବାଇକୁ ବିମାନ ଉଡାଣ କରିବ।
