Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ବୌଦ୍ଧ ଜିଲ୍ଲା ଚାରିଛକ ତହସିଲ କାର୍ଯ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ସହିତ ପିକଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ଫଳରେ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ବଡ଼ପଣ୍ଡା ନାମକ ଏକ ଯାତ୍ରୀବାହୀ ବସଟି ବ୍ରହ୍ମପୁରରୁ ବଲାଙ୍ଗିର ଅଭିମୁଖେ ଯାଉଥିଲା। ଏହି ସମୟରେ ଚାରିଛକ ତହସିଲ କାର୍ଯ୍ୟାଳୟ ନିକଟରେ ବୀପରିତ ଦିଗରୁ ଆସୁଥିବା ମାଲ ବୋଝେଇ ପିକଅପ୍‌ ଭ୍ୟାନ୍‌ଟି ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ପିକଅପ୍‌ ଭ୍ୟାନ୍‌ ଡ୍ରାଇଭର ଓ ହେଲପର ସମେତ ବସ୍‌ରେ ଥିବା ୧୧ଜଣ ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *