ଶବ୍ଦ ଓଡିଶା ବ୍ୟୁରୋ: ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ। ବନ୍ଦେ ଭାରତ ଏକ୍ସପ୍ରେସ କେବଳ ଗୁରୁବାରକୁ ଛାଡ଼ି ସପ୍ତାହର ଅନ୍ୟ ସବୁ ଦିନ ଚାଲିବ।
ପୁରୀରୁ ଏହି ଟ୍ରେନ୍ ଦିନ ୧ଟା ୫୦ରେ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ସେହିଭଳି ହାୱଡ଼ାରୁ ସକାଳ ୬ଟା ୧୦ରେ ବାହାରି ୧୨ଟା ୩୫ରେ ପୁରୀରେ ପହଞ୍ଚିବ।
