ମହାପ୍ରଭୁଙ୍କ ଘୋଷଯାତ୍ରା ନେଇ ରଥ ଖଳାରେ ରଥ ନିର୍ମାଣ କାର୍ଯ୍ୟକୁ ଆଗେଇ ନେଉଛନ୍ତି ରଥ ନିର୍ମାଣକାରୀ ସେବକ। ତିନି ରଥର ସମୁଦାୟ ୪୨ଟି ଚକ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ତିନି ରଥର ପାଞ୍ଚୋଟି ନାହାକା ଅଖ ଶେଷ ହୋଇଛି। ସେହିପରି ନନ୍ଦିଘୋଷ ଏବଂ ଦର୍ପଦଳନ ରଥର ଦୁଇଟି ଲେଖାଏଁ ନିରାଡି କାଠର ଚଉପଟ କାର୍ଯ୍ୟ ଶେଷ ହୋଇଛି। ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ଚଳଚଞ୍ଚଳ ପୁରୀ ଶ୍ରୀନହର ସମ୍ମୁଖ ରଥଖଳା। ମହାପ୍ରଭୁଙ୍କ ତିନି ରଥ ନିର୍ମାଣ କାର୍ଯ୍ୟରେ ଲାଗି ପଡିଛନ୍ତି ୧୯୭ ଜଣ ନିର୍ମାଣକାରୀ ସେବକ। ତିନି ରଥର ନିର୍ମାଣ ଅଗ୍ରଗତି ବେଶ୍ ଦ୍ରୁତ ଗତିରେ ଆଗେଇ ଚାଲିଛି। ତିନି ରଥର ମୋଟ ୪୨ ଟି ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ପାଞ୍ଚୋଟି ନାହାକ ଅଖର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ସେହିପରି ନନ୍ଦିଘୋଷ ଏବଂ ଦର୍ପଦଳନ ରଥର ଦୁଇଟି ଲେଖାଏଁ ନିରାଡି କାଠର ଚଉପଟ କାର୍ଯ୍ୟ ଶେଷ ହୋଇଛି। ପଡି ନାହାକା ଅଖ ନିର୍ମାଣ କାର୍ଯ୍ୟକୁ ଆଗେଇ ନେଉଛନ୍ତି ବିଶ୍ବକର୍ମା ମହାରଣା। ରୂପକାର ସେବକମାନେ ଗୁଜ ଗୁଡିକରେ ରୂପ ଖୋଦେଇ କରୁଥିବା ବେଳେ କରତି ସେବକମାନେ ପୋଲ ଗୟଳ ଚିରଟ କାର୍ଯ୍ୟ ଜାରି ରଖିଛନ୍ତି। ସେପଟେ କମାରଶାଳରେ ଓଝା ସେବକମାନେ ତିନି ରଥର ବିଭିନ୍ନ କଣ୍ଟା ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି।
You May Also Like
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
ରାଜ୍ୟସ୍ତରୀୟ ଦେଶଭକ୍ତିର କାର୍ଯ୍ୟକ୍ରମ – “ମାତୃଭୂମିକୁ ପ୍ରଣାମ ଉତ୍ସବ”
August 15, 2024
More From Author
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
ରାଜ୍ୟସ୍ତରୀୟ ଦେଶଭକ୍ତିର କାର୍ଯ୍ୟକ୍ରମ – “ମାତୃଭୂମିକୁ ପ୍ରଣାମ ଉତ୍ସବ”
August 15, 2024
+ There are no comments
Add yours