Thu. Oct 15th, 2026

ବହୁ ପ୍ରତୀକ୍ଷାର ଘଟିଲା ଅନ୍ତ। ପ୍ରଥମଥର ପାଇଁ ଓଡ଼ିଶାରେ ଶୁଭାରମ୍ଭ ହେଲା ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସକୁ ଭର୍ଚୁଆଲ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଛନ୍ତି।

ବନ୍ଦେ ଭାରତ ଏକ୍ସପ୍ରେସ କେବଳ ଗୁରୁବାରକୁ ଛାଡ଼ି ସପ୍ତାହର ଅନ୍ୟ ସବୁ ଦିନ ଚାଲିବ ବୋଲି ସୂଚନା ରହିଛି।

ଅନ୍ୟପଟେ, ବନ୍ଦେ ଭାରତ ଏକ୍ସପ୍ରେସ୍ ଉଦ୍ଘାଟନ ସମାରୋହରେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଖୁବ୍ ଶୀଘ୍ର ବନ୍ଦେ ମେଟ୍ରୋ ଆରମ୍ଭ ହେବାକୁ ଯାଉଛି ବୋଲି ସୂଚନା ଦେଇଛନ୍ତି। ବନ୍ଦେ ଭାରତ ପରେ ପରେ ବନ୍ଦେ ମେଟ୍ରୋ ଆରମ୍ଭ ହେବ। ବନ୍ଦେ ଭାରତ ପରେ ପରେ ବନ୍ଦେ ସ୍ଲିପର ଆରମ୍ଭ ହେବ। ବନ୍ଦେ ମେଟ୍ରୋ ଆରମ୍ଭ ହେଲେ ଓଡ଼ିଶାକୁ ବି ଫାଇଦା ହେବ ବୋଲି ସେ କହିଛନ୍ତି। ବନ୍ଦେ ମେଟ୍ରୋ ପୁରୀ-ଭୁବନେଶ୍ବର-କଟକ ଚାଲିବା ଯୋଜନା ରହିଛି।

ଏହି ଟ୍ରେନ୍ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ପଶ୍ଚିମବଙ୍ଗର ପଶ୍ଚିମ ଓ ପୂର୍ବ ମେଦିନୀପୁର ଜିଲ୍ଲା ଦେଇ ଚାଲିବ। (ହାଓଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌(୨୨୮୯୫) ହାଓଡ଼ାରୁ ସକାଳ ୬ଟା ୧୦ରେ ପୁରୀ ଅଭିମୁଖେ ବାହାରିବ। ଏହି ଯାତ୍ରା ସମୟରେ ଖଡ଼ଗପୁରରେ ୭ଟା ୪୦, ବାଲେଶ୍ବରରେ ୯ଟା ୩, ଭଦ୍ରକରେ ୯ଟା ୪୦, ଯାଜପୁର-କେନ୍ଦୁଝରରୋଡରେ ୧୦ଟା ୭, କଟକରେ ୧୦ଟା ୫୦, ଭୁବନେଶ୍ବରରେ ୧୧ଟା ୨୦, ଖୋର୍ଦ୍ଧାରୋଡରେ ୧୧ଟା ୪୨ ଓ ପୁରୀରେ ମଧ୍ୟାହ୍ନ ୧୨ଟା ୩୫ରେ ପହଞ୍ଚିବ। ସେହିପରି ପୁରୀ-ହାଓଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌(୨୨୮୯୬) ପୁରୀରୁ ଅପରାହ୍ଣ ୧ଟା ୫୦ରେ ଯାତ୍ରା ଆରମ୍ଭ କରିବ। ଏହି ଟ୍ରେନ୍‌ ଖୋର୍ଦ୍ଧା ରୋଡରେ ୨ଟା ୨୩, ଭୁବନେଶ୍ବରରେ ୨ଟା ୪୫, ଯାଜପୁର-‌କେନ୍ଦୁଝରରୋଡରେ ୪ଟା ୩, ଭଦ୍ରକରେ ୪ଟା ୩୩, ବାଲେଶ୍ବରରେ ୫ଟା ୧୩ ଓ ଖଡ଼ଗପୁରରେ ୬ଟା ୪୨ରେ ପହଞ୍ଚିବ। ଉଭୟ ଅପ୍‌ ଓ ଡାଉନ୍‌ ଟ୍ରେନ୍‌ ଭୁବନେଶ୍ବର ଷ୍ଟେସନରେ ୪ ମିନିଟ ଓ ଅନ୍ୟ ଷ୍ଟେସନଗୁଡ଼ିକରେ ୨ ମିନିଟ୍‌ ଲେଖାଏ ଅଟକିବ

Leave a Reply

Your email address will not be published. Required fields are marked *