୨୦ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ୨୦ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ଓ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା ହେବ ।
ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶେଶ୍ୱର ଟୁଡ଼ୁ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟର ଦଳୀୟ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗଦେବେ ।

You May Also Like

More From Author

+ There are no comments

Add yours