ଆଜି ଶପଥ ନେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

ଶବ୍ଦ ଓଡିଶା ବ୍ୟୁରୋ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସିଦ୍ଧରମୈୟା । ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ । ଶନିବାର ବେଙ୍ଗାଲୁରୁର କାନ୍ତିବୀରା ଷ୍ଟାଡିୟମରେ ଶପଥଗ୍ରହଣ ସମାରୋହ ଆୟୋଜିତ ହେବ । ବେଙ୍ଗାଲୁରୁର କାନ୍ତିରବା ଷ୍ଟାଡିୟମରେ ହେବାକୁ ଥିବା ଭବ୍ୟ ସମାରୋହ ପାଇଁ ପ୍ରସ୍ତୁତି ଶେଷ ହୋଇଛି ।
ଶପଥ ସମାରୋହ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ କିଛି ଅଣବିଜେପି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବଡ଼ ବଡ଼ ନେତାଙ୍କୁ ନିମନ୍ତ୍ରଣ ଦେଇଛନ୍ତି । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ଏନସିପି ମୁଖ୍ୟ ଶରଦ ପାୱାର, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଏନସି ମୁଖ୍ୟ ଫାରୁକ ଅବଦୁଲ୍ଲାଙ୍କୁ ଆମନ୍ତ୍ରଣ କରିଛନ୍ତି । ଏହାବ୍ୟତୀତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ, ହେମନ୍ତ ସୋରେନଙ୍କୁ ମଧ୍ୟ ଶପଥ ସମାରୋହ ପାଇଁ ଡାକରା ମିଳିଛି । ସେହିପରି ସିପିଆଇ ମହାସଚିବ ଡି. ରାଜା, ସିପିଆଇ-ଏମ୍ ମହାସଚିବ ସୀତାରାମ ୟେଚୁରୀ ଓ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି ।

You May Also Like

More From Author

+ There are no comments

Add yours