ଓଡିଶାରେ ମହାନଦୀର ସ୍ଥିତି ଅନୁଧ୍ୟାନ କରିବେ ଟ୍ରିବ୍ୟୁନାଲ ଟିମ୍

ଶବ୍ଦ ଓଡିଶା ବ୍ୟୁରୋ: ଓଡିଶା ଗସ୍ତରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ମହାନଦୀ ଜଳବିବାଦ ମାମଲାର ଅନୁଧ୍ୟାନ କରୁଥିବା ଟ୍ରିବ୍ୟୁନାଲ ଟିମ୍, ଛତିଶଗଡରେ ସ୍ଥିତି ଅନୁଧ୍ୟାନ କରିବା ପରେ ଏବେ ଓଡିଶା ଗସ୍ତରେ ଆସୁଛନ୍ତି । ଆଜି ଠାରୁ ଟ୍ରିବ୍ୟୁନାଲ ଟିମ୍ ଓଡିଶାରେ କ୍ଷେତ୍ର ପରିଦର୍ଶନ ଆରମ୍ଭ କରିବେ । ଏହି ଟିମ୍ ହୀରାକୁଦ ବନ୍ଧ ସମେତ ଏହାର ଉଭୟ ତଳ ଓ ଉପରମୁଣ୍ଡ ଅଂଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି ।
ଏପଟେ ମହାନଦୀ ବଂଚାଓ ଆନ୍ଦୋଳନ ପକ୍ଷରୁ ଝାରସୁଗୁଡାର କନତୋରାସ୍ଥିିତ କେଲା ନଦୀକୂଳ ଲୁହାବଗାଠାରେ ମହାନଦୀ ସତ୍ୟାଗ୍ରହ ଆୟୋଜନ କରାଯାଇଛି । ଏହି ସତ୍ୟାଗ୍ରହକୁ ସଫଳ କରିବା ପାଇଁ ଆନ୍ଦୋଳନର ଆବାହକ ସୁଦର୍ଶନ ଦାସ ଅପିଲ କରିଛନ୍ତି ।

You May Also Like

More From Author

+ There are no comments

Add yours