Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଶିମିଳିପାଳ ଜଙ୍ଗଲରେ ଶିକାରୀଙ୍କ ଆତଙ୍କରାଜ। ଶିକାରୀଙ୍କ ଗୁଳିମାଡ଼ରେ ଜଣେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ । ମୃତ ଫରେଷ୍ଟ ଗାର୍ଡ ଜଣଙ୍କ ହେଲେ ଶିମିଳିପାଳର ନଅଣା ସାଉଥ୍ ରେଞ୍ଜର ବିମଳ କୁମାର ଜେନା ।
ଗତକାଲି ବିମଳ ସମେତ ୪ଜଣ ବନ କର୍ମଚାରୀ ନଅଣା ସାଉଥ୍ ରେଞ୍ଜରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଶିକାରୀଙ୍କ ସହ ସେମାନଙ୍କର ସାମ୍ନାସାମ୍ନି ହୋଇଥିଲା। ଶିକାରୀମାନେ ବନ କର୍ମଚାରୀଙ୍କୁ ଦେଖି ଘଟଣାସ୍ଥଳରୁ ଖସି ପଳାଇଥିଲେ। ବନକର୍ମଚାରୀ ମାନେ ତାଙ୍କଠାରୁ କିଛି ଦେଶୀ ବନ୍ଧୁକ ଓ ବନ୍ୟଜନ୍ତୁ ମାଂସ ଜବତ କରିଥିଲେ।
ସନ୍ଧ୍ୟା ସମୟରେ ବନ କର୍ମଚାରୀମାନେ ପାଟ୍ରୋଲିଂ କରି ବିଟ୍‌ ହାଉସ୍ ପଳାଇ ଆସିଥିଲେ। ହେଲେ ବିମଳ ଆସିନଥିଲେ। ବିଟ୍ ହାଉସରୁ କିଛି ଦୂରରେ ନେଟୱର୍କ ଆସୁଥିବା ସ୍ଥାନକୁ ଯାଇ ଫୋନରେ କଥା ହେଉଥିଲେ। ଏହି ସମୟରେ ବିମଳଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଗୁଳିଟି ତାଙ୍କ ଛାତିରେ ବାଜିଥିଲା। ଶବ୍ଦ ଶୁଣି ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ବିମଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ସେଠାରେ ବିମଳଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *