ଲୋକାର୍ପିତ ହେଲା ନୂଆ ସଂସଦ ଭବନ

ବହୁ ବାଦ ବିବାଦ ପରେ ଲୋକାର୍ପିତ ହୋଇଛି ସଂସଦ ଭବନ । ଆଜି ସକାଳେ ବିଧିବିଧାନ ଅନୁଯାୟୀ ହୋମ ସମ୍ପନ୍ନ କରି ଲୋକସଭା କକ୍ଷରେ ‘ସେଙ୍ଗୋଲ୍’ ସ୍ଥାପନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ସଂସଦ ଭବନ ଲୋକାର୍ପଣ କରିବା ସଙ୍କେତ ସ୍ବରୂପ ଏକ ‘ଫଳକ’ ବା ‘ପ୍ଲେକ୍’ ଉନ୍ମୋଚନ କରିଛନ୍ତି। ବୈଦିକ ମନ୍ତ୍ରୋଚାରଣ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦୀ ଲୋକସଭା କକ୍ଷରେ ‘ସେଙ୍ଗୋଲ୍’ ସ୍ଥାପନା କରି ତାମିଲ୍ନାଡୁରୁ ଆସିଥିବା ଅଧୀନମ୍ମାନଙ୍କ ଶୁଭାଶୀର୍ବାଦ ଗ୍ରହଣ କରିଥିଲେ। ନୂଆ ସଂସଦ ଭବନ ଲୋକାର୍ପଣ କରିବା ପରେ ପ୍ରଧାନମନ୍ତ୍ରୀ ଏହାର ନିର୍ମାଣ ଓ ବିକାଶରେ କାର୍ୟ୍ୟ କରିଥିବା ଲୋକମାନଙ୍କୁ ସମ୍ମାନିତ କରିଥିଲେ। ଏହାପରେ ନୂଆ ସଂସଦ ଭବନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ, ଲୋକସଭା ବାଚସ୍ପତି ଓମ୍ ବିର୍ଲା, କ୍ୟାବିନେଟ୍ ମନ୍ତ୍ରୀମାନେ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ‘ସର୍ବଧର୍ମ’ ପ୍ରାର୍ଥନା ସଭାରେ ଯୋଗ ଦେଇଥିଲେ। ଏହା ହେଉଛି ସଂସଦ ଭବନ ଲୋକାର୍ପଣର ପ୍ରଥମ ପର୍ୟ୍ୟାୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ଲୋକସଭା କକ୍ଷରେ ଜାତୀୟ ସଙ୍ଗୀତ ଗାନ ସହିତ ଲୋକାର୍ପଣ ଉତ୍ସବର ଦ୍ବିତୀୟ ପର୍ୟ୍ୟାୟ ଆରମ୍ଭ ହେବ।ଆଜି ନୂଆ ସଂସଦ ଭବନ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାରମ୍ପରିକ ବେଶପୋଷାକ ସାଜି ୧ ନମ୍ବର ଫାଟକ ବାଟେ ସଂସଦ ପରିସରକୁ ପ୍ରବେଶ କରିଥିଲେ। ସେଠାରେ ତାଙ୍କୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ସ୍ବାଗତ କରିଥିଲେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନୂଆ ସଂସଦ ଭବନର ଉଦ୍ଘାଟନ କରିଛନ୍ତି। ଏହା ପରେ ଲୋକ ସଭା ବାଚସ୍ପତି ଏବଂ ଅନ୍ୟ ମନ୍ତ୍ରୀମାନେ ସେଣ୍ଟ୍ରାଲ ହଲ୍ରେ ବୀର ସାବରକରଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ନୂଆ ସଂସଦ ଭବନ ଭିତରେ ଚାଣକ୍ୟ ଏବଂ ଅଖଣ୍ଡ ଭାରତର ଫଟୋ ଲଗାଯାଇଛି।

You May Also Like

More From Author

+ There are no comments

Add yours