ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା;ଜଣେ ମୃତ

ଶବ୍ଦ ଓଡିଶା ବ୍ୟୁରୋ: ପୁରୀ ଜିଲ୍ଲା କାକଟପୁର ଥାନା ଅନ୍ତର୍ଗତ କୁଣ୍ଢେଇ ତିନିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି । ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତ ଯୁବକ ଜଣଙ୍କ ହେଲେ ମୁନା ସାହୁ। ତାଙ୍କ ଘର କାକଟପୁର ଥାନା ଅନ୍ତର୍ଗତ ଚନ୍ଦନପୁର ଅଞ୍ଚଳରେ । ଆହତଦ୍ୱୟଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।

ଗତକାଲି ବିଳମ୍ବିତ ରାତିରେ ଏକ ବାଇକରେ ୨ଜଣ ଯୁବକ ଘରକୁ ଫେରୁଥିଲେ । ଏହି ସମୟରେ ତିନିଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଜଣେ ବାଇକ୍ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ ।

You May Also Like

More From Author

+ There are no comments

Add yours