ପବିତ୍ର ସ୍ନାନ ପୂର୍ଣ୍ଣିମା, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧା ମୂରତି । ଏଥିପାଇଁ ରତ୍ନବେଦୀରୁ ସ୍ନାନ ବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧା ମୂରତି ।

ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

You May Also Like

More From Author

+ There are no comments

Add yours