Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଆଇସକ୍ରିମ୍ ଖାଇ ୬୦ରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି। ଏପରି ଘଟଣା ଘଟିଛି କୋରାପୁଟ ଜିଲ୍ଲାରେ। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ମହିଳା ଓ ଶିଶୁ ଥିବା ଜଣାପଡ଼ିଛି।

ଗତକାଲି ସେମିଳିଗୁଡା ବ୍ଲକର ବଦଳିଗୁଡ଼ା,ଘାଟଗୁଡା ଓ ଦୁଧାରୀ ଗାଁର ଲୋକେ ବୁଲା ଆଇସକ୍ରିମ ବିକାଳିଠାରୁ ଆଇସକ୍ରିମ କିଣି ଖାଇଥିଲେ। ଆଇସକ୍ରିମ ଖାଇବା ପରେ ବିଳମ୍ବିତ ରାତିରେ ସମସ୍ତଙ୍କୁ ଝାଡା ଓ ବାନ୍ତି ହୋଇଥିଲା। ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସୁନାବେଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାୟ ୪୦ ଜଣ ଭର୍ତ୍ତି ହୋଇଥିବା ବେଳେ ୨୫ ରୁ ଅଧିକ ଲୋକ ମାଥଲପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସାପରେ ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *