‘ମୋ ଘର ଯୋଜନାର’ ବ୍ଲକ ସ୍ତରୀୟ ସଚେତନତା କର୍ମଶାଳା

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅବୁଝାବଣା ଦୀର୍ଘ ତିନିବର୍ଷ ଧରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହୋଇଛନ୍ତି। କଚ୍ଚାଘରେ ବାସ କରୁଥିବା ଲୋକଙ୍କୁ ଘର ଯୋଗାଇଦେବା ଲକ୍ଷରେ ରାଜ୍ୟ ସରକାର ମୋ ଘର ଯୋଜନାର ଶୁଭାରମ୍ଭ କରିଛନ୍ତି l ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ବାଣପୁର ବ୍ଲକ ସଭାଗୃହରେ ଅଧକ୍ଷ ଅମରେନ୍ଦ୍ର ରଣସିଂହଙ୍କ ଅଧକ୍ଷତାରେ ଏକ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l ଏହି କର୍ମଶାଳାରେ ଜିଲ୍ଲାପରିଷଦ ଉପାଧ୍ୟାକ୍ଷ ଗୋପୀନାଥ ମହାରଣା, ବିଡ଼ିଓ ଶୀତଲ ଅଗ୍ରୱାଲ, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା ବୈଠକରେ ସରକାରଙ୍କ ଏହି ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ l ବିଡ଼ିଓ ଶ୍ରୀମତୀ ଅଗ୍ରୱାଲ ମୋ ଘର ଯୋଜନା ସମ୍ପର୍କରେ ଆଲୋକପାତ କରି ଏହି ଯୋଜନା ଦ୍ୱାରା କଚ୍ଚାଘରେ ବସବାସ କରୁଥିବା ପରିବାର ଗୁଡିକ କିପରି ଉପକୃତ ହେବେ ଏବଂ ବ୍ଲକରେ କିପରି ସୁଚାରୁ ରୂପେ କାର୍ଯ୍ୟକାରୀ ହୋଇପାରିବ ସୂଚନା ପ୍ରଦାନ କରିଥିଲେ l

ସରକାରଙ୍କ ଯୋଗ୍ୟତା ଓ ମାପଦଣ୍ଡ ପୂରଣ କରୁଥିବା ପରିବାର ଆସନ୍ତା ୧୬ତାରିଖରୁ ଏଚଟିଟିପି /ଆରଏଚଓଡିଶା.ଗଭର୍ଣ୍ଣମେଣ୍ଟ.ଇନ/ମୋ ଘର ୱେବସାଇଟ ମାଧ୍ୟମରେ ଆବେଦନ କରିପାରିବେ ବୋଲି ସୂଚନା ଦେଇଥିଲେ l ମୋ ଘର ଯୋଜନାରେ ଅନ୍ତର୍ଭୁକ୍ତ ହେବାକୁ ହେଲେ କଚ୍ଚାଘରେ କିମ୍ବା ଏକ ବଖରା ଛାତ ଘରେ ବାସ କରୁଥିବା ସମସ୍ତ ପରିବାର ଆବେଦନ କରିପାରିବେ l ଆଗରୁ ଯଦି କୌଣସି ପରିବାର ସରକାରଙ୍କ କୌଣସି ଯୋଜନାରେ ଘର ପାଈଥିବେ ତେବେ ସେମାନେ ସେମାନଙ୍କର ଗୃହକୁ ବର୍ଦ୍ଧିକରଣ ଓ ଉନ୍ନତିକରଣ ନିମନ୍ତେ ମଧ୍ୟ ଆବେଦନ କରିପାରିବେ l ତହସିଲଦାର ଶ୍ରୀଯୁକ୍ତ ବଡ଼ଜେନା ଯୋଜନାର ମାର୍ଗଦର୍ଶିକା ଅନୁସାରେ ବ୍ଲକ ଓ ତହସିଲ ର କର୍ମଚାରୀମାନେ ଆବେଦନ କାରୀଙ୍କୁ ମାର୍ଗଦର୍ଶନରେ ସମ୍ପୂର୍ଣ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ l ଏହାର ସଫଳ ରୂପାୟନ ଦିଗରେ ପଞ୍ଚାୟତ, ବ୍ୟାଙ୍କ ଓ ରାଜସ୍ବ ଅଧିକାରୀ ମାନଙ୍କ ଭୂମିକା ବିଷୟରେ ନିଜର ମତ ରଖିଥିଲେ l ତେବେ ଯେପରି ଆବେଦନ କାରି କୌଣସି ହଇରାଣ ନ ହୋଇ ଯୋଜନାରେ ଅଂଶୀଦାର ହୋଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ ବିଡ଼ିଓ ଶ୍ରୀମତୀ ଅଗ୍ରୱାଲ ତାଗିଦ କରିଥିଲେ l କର୍ମଶାଳାରେ ସମସ୍ତ ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ ଓ ସମିତିସଭ୍ୟ,ବ୍ଲକ ସ୍ତରୀୟ ଅଧିକାରୀ, ରାଜସ୍ବ ଅଧିକାରୀ, ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ ମାନେ ଉପସ୍ଥିତ ରହିବାକୁ ନିର୍ଦେଶ ଥିଲା l କିନ୍ତୁ ବହୁ ସରପଞ୍ଚ ଏବଂ ନିର୍ବାହୀ ଅଧିକାରୀ ଅନୁପସ୍ଥିତ ରହିଥିବା ପରିଲକ୍ଷିତ ହୋଇଥିଲା l ଉକ୍ତ କର୍ମଶାଳାକୁ ଗ୍ରାମ୍ୟଗୃହ ନିର୍ମାଣ ବିଭାଗର ସନ୍ତୋଷୀ ମହାରଣା ଓ ବିକାଶ ବରାଳ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l

You May Also Like

More From Author

+ There are no comments

Add yours