Sat. Oct 17th, 2026

ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା। ଏଥିରେ ମୋଟ ୫୨ ଗୋଟି ଅଭିଯୋଗ ମିଳିଥିଲା। ଅଭିଯୋଗ ଗୁଡିକର ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମିରେଖା ଦାଶ, ଏଡିଏମଓ ଡା ବିରଜା ଶଙ୍କର ରଥ, ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର, ରାକେଶ କୁମାର ପଣ୍ଡା, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *