ପୁଣି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। କଟକ ଓ ଭୁବନେଶ୍ୱରରେ ଆହତ ଯାତ୍ରୀଙ୍କୁ ଭେଟିବେ ମମତା ବାନାର୍ଜୀ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପୁଣି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ପଶ୍ଚିମବଙ୍ଗର ଆହତ ଯାତ୍ରୀଙ୍କ ସମ୍ପର୍କରେ ବିସ୍ତୃତ ସୂଚନା ନେବାକୁ ସେ ଓଡ଼ିଶା ଆସୁଛନ୍ତି । ଦିନ ୨ଟାରେ ଭୁବନେଶ୍ୱରରେ ପହଂଚିବା ପରେ ସେ ଏସସିବି ଯିବେ ।
ରେଭେନ୍ସା ବିଶ୍ୱବିଦ୍ୟାଳୟ ପଡ଼ିଆରେ ହୋଇଥିବା ହେଲିପ୍ୟାଡରେ ଓହ୍ଲାଇବେ । ସେଠାରୁ ସେ କାରରେ ଏସସିବି ଯିବେ । ସେଠାରେ ଚିକିତ୍ସାଧୀନ ୫୮ ଯାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ । ପରେ ଡାକ୍ତରୀ ଟିମ୍, ଏସସିବି ଅଧୀକ୍ଷକ ଓ ଅନ୍ୟ କର୍ତୃପକ୍ଷଙ୍କ ସହ ଆଲୋଚନା କରିବେ । ମମତା ବାନାର୍ଜୀ ଏସସିବି ପରେ ଭୁବନେଶ୍ୱର ଆସିବେ । ଭୁବନେଶ୍ୱରରେ ପଶ୍ଚିମବଙ୍ଗର କିଛି ମୃତକଙ୍କୁ ପରିବାରକୁ ଭେଟିବା ସହ ମୃତଦେହ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବେ । ମମତା ବାନାର୍ଜୀଙ୍କ ସହ ପଶ୍ଚିମବଙ୍ଗର ଦୁଇ ମନ୍ତ୍ରୀ ମଧ୍ୟ ଓଡ଼ିଶା ଆସୁଛନ୍ତି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

You May Also Like

More From Author

+ There are no comments

Add yours