Thu. Oct 15th, 2026

ପୁରୀ ଜିଲ୍ଲା ସ୍ତରୀୟ ଶିଶୁ ଓ କିଶୋର ଶ୍ରମିକ ଆଇନ ସଚେତନତା ଶୋଭାଯାତ୍ରାକୁ ଆଜି ପୂର୍ବାହ୍ନରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଉଦଘାଟନ କରିଥିଲେ। ଜିଲ୍ଲା ପ୍ରଶାସନ ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ ଏହି ଶୋଭାଯାତ୍ରା ଶ୍ରୀଗୁଣ୍ଡିଚା ମନ୍ଦିର ଠାରୁ ମାର୍କେଟ ଛକ ପର୍ଯ୍ୟନ୍ତ ଯିବା ସହ ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଶିଶୁ ଶ୍ରମିକ ପ୍ରତିହତ ପାଇଁ ସଚେତନତା ସୃଷ୍ଟି କରାଯାଇଥିଲା। ବିଶେଷ କରି ଶିଶୁର ଅଧିକାର ଓ ଆଇନ ଉପରେ ଥିବା ବ୍ୟବସ୍ଥା ସମ୍ପର୍କରେ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଡିଭିଜିଓନାଲ ଶ୍ରମ ଆୟୁକ୍ତ ଶିବ ଶଙ୍କର ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଭାରପ୍ରାପ୍ତ ଜିଲ୍ଲା ଶ୍ରମ ଅଧିକାରୀ ପ୍ରିୟଙ୍କା ପ୍ରିୟଦର୍ଶିନୀ,ବିକ୍ରମ କେଶରୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।ଶୋଭାଯାତ୍ରାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର କର୍ମକର୍ତ୍ତା,ଚାଇଲ୍ଡ ଲାଇନର କର୍ମକର୍ତ୍ତା, ହାପିନେସ ଫାଉଣ୍ଡେସନର ସ୍ୱେଛାସବୀ ପ୍ରମୁଖ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *