Thu. Oct 15th, 2026

ସ୍ଥାନୀୟ ଜି.ସି.ଡି ଜିଲ୍ଳା ହାଇସ୍କୁଲ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତରଫରୁ ଜାତୀୟ ବାଳ ଶ୍ରମିକ ନିଷେଧ ଦିବସ ପାଳିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମକୁ ରାୟଗଡା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ଶ୍ରୀମତି ନିବେଦିତା ପଣ୍ଡା ଅଧ୍ୟକ୍ଷତା କରିଥିଲେ I ଅନ୍ୟ ପ୍ରମୁଖ ଅତିଥିମାନଙ୍କ ମଧ୍ୟରେ ଅତିରିକ୍ତ ଶ୍ରମ ଅଧିକାରୀ ଗୋପାଳ କ୍ରିଷ୍ନା ମଙ୍ଗରାଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କାର୍ଯ୍ୟାଳୟର ଆଇନ ପରାମର୍ଶ ଦାତା ନିରାକାର ପାଢି, ପ୍ରୋଗ୍ରାମ୍ ଅଫିସର ଶ୍ରୀମତି କମାକ୍ଷୀ ପାଢି, ସି.ଡବ୍ଲୁ.ସି ମେମ୍ବର ଜ୍ୟୋସ୍ନାମୟୀ ପାଢୀ, ଅତିରିକ୍ତ ଜିଲ୍ଳା ଶିକ୍ଷା ଅଧିକାରୀ ଭଜନଲାଲ ମାଝୀଙ୍କ ସମେତ ଜି.ସି.ଡି ଜିଲ୍ଳା ହାଇସ୍କୁଲର ପ୍ରଧାନ ଶିକ୍ଷକ, ଅନ୍ୟ ଶିକ୍ଷକ, ଶିକ୍ଷୟତ୍ରୀ ଓ ସେହି ସ୍କୁଲ ର ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I

ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଜାତୀୟ ବାଳ ଶ୍ରମିକ ନିଷେଧ ଦିବସ ପାଳନ ର ଉଦ୍ଦେଶ୍ୟ, ଆଭିମୁଖ୍ୟ, ଶିଶୁ ଶ୍ରମିକ ମାନଙ୍କର ନ୍ୟାୟିକ ବ୍ୟବସ୍ଥା ଓ ସେମାନଙ୍କ ପାଇ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଜି.ସି.ଡି ଜିଲ୍ଳା ହାଇସ୍କୁଲ ର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ ଛାତ୍ର ଛାତ୍ରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକାଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

Leave a Reply

Your email address will not be published. Required fields are marked *