ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ଶେଷ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ପୁରୀ ଟାଉନ ହଲରେ ବୈଠକ ଅନୁଷ୍ଠିତ ହୋଇଥିଲା । ଭର୍ଚୁଆଲ ମୋଡରେ ଯୋଗ ଦେଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହି ସମୟରେ ଶୃଙ୍ଖଳିତ ରଥଯାତ୍ରା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ଦାୟିତ୍ୱ ବୋଲି ଶେଷ ସମନ୍ୱୟ ବୈଠକରେ ଭର୍ଚୁଆଲରେ ସାମିଲ ହୋଇ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ଭକ୍ତମାନେ ଯେପରି ପୁରୀରୁ ଭଲ ଅନୁଭୂତି ନେଇ ଫେରିବେ, ସେ ଉପରେ ଦୃଷ୍ଟି ଦେବା ଦରକାର । ମହାପ୍ରଭୁଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି । ସମସ୍ତଙ୍କ ସେବା ଓ ସମର୍ପଣ ମନୋଭାବ ଏହାକୁ ସଫଳ କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ । ରଥଯାତ୍ରା ପୂର୍ବରୁ ଶେଷ ସମନ୍ୱୟ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ବିଭିନ୍ନ ବିଭାଗର ପ୍ରତିନିଧି ଯୋଗ ଦେଇଥିଲେ । ରଥଯାତ୍ରା ସୂଚାରୁ ରୂପେ ଆୟୋଜନ ପାଇଁ ସବୁ ବିଭାଗ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି । ୧୫ ତାରିଖ ସୁଦ୍ଧା ପରିକ୍ରମା ମାର୍ଗ ଖୋଲିବ ବୋଲି ସେ କହିଛନ୍ତି ।ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ, ଓଡିଶା ପୋଲିସ, ପୁରୀ ଜିଲ୍ଲା ପ୍ରଶାସନ ଓ ବିଭିନ୍ନ ବିଭାଗର ସଚିବ ଯୋଗ ଦେଇଥିଲେ ।
You May Also Like
ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ
September 20, 2024
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
More From Author
ବନ୍ଦ୍ ହୋଇଯିବ ଇଣ୍ଟରନେଟ!
July 13, 2023
ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସମୀର
July 13, 2023
ସଂରକ୍ଷିତ ଜଙ୍ଗଲରୁ ବାରହା ମାଂସ ଜବତ, ୨ଗିରଫ
July 12, 2023
+ There are no comments
Add yours