ଟେବୁଲ୍ ଟପ ଏକ୍ସରସାଇଜ ଓ ମକ ଡ୍ରିଲ୍ଲ ଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲା ସ୍ଥରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାୟଗଡ଼ ଜିଲ୍ଲା ସ୍ଥରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତ ବୈଠକ ଆଜି ରାୟଗଡ ଅତିରିକ୍ତଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କଙ୍କ ଅଧ୍ୟକ୍ଷତାରେ ଟେବୁଲ ଟପ ବୈଠକ ଅନୁଷ୍ଠିତ ହୋଇଯାଇଛି l ଗୁଗୁଲ ମିଟରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ଗୁଣପୁର ଲଳିତ କୁମାର କହଁର, ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ, ଅଗ୍ନିଶମ ବିଭାଗ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ ତହସିଲଦାରମାନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଏହି ବୈଠକରେ ବିଶେଷ କରି ବର୍ଷାଦିନେ ସମ୍ବାବ୍ୟ ବନ୍ୟା ଓ ବତ୍ୟାର କିପରି ମୁକାବିଲା କରାଯାଇପାରିବ ସେଥିନିମନ୍ତେ ପ୍ରଦର୍ଶନୀ ଓ ମୋକ ଡ୍ରିଲ କିପରି ଭାବରେ ଆୟୋଜନ କରାଯିବ ସେଥିପାଇଁ ବିସ୍ତ୍ରୁତଭାବେ ଆଲୋଚନା କରିଥିଲେ l ଓଡିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜିର ଏହି ଜିଲ୍ଲା ସ୍ଥରୀୟ ବୈଠକରେ ଆଲୋଚନା କରାଯାଇଥିଲା l ଆସନ୍ତା ୧୮ରେ ଜିଲ୍ଲା ସଦର ମହକୁମା ଓ ପ୍ରତ୍ୟେକ ବ୍ଳକରେ ଟେବୁଲ୍ ଟୋପ ବୈଠକରେ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଉପରେ ବିଭିନ୍ନ ବିଭାଗ ସହିତ ଆଲୋଚନା କରାଯିବ ଏବଂ ଅଗ୍ନୀଶମ୍ମ ବିଭାଗ ତରଫରୁ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧରେ ପ୍ରଦର୍ଶନ କରିବେ ବୋଲି ଅତିରିକ୍ତଜିଲ୍ଲାପାଳ ଶ୍ରୀ ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି l ସେହିପରି ଆସନ୍ତା ୧୯ରେ ଜିଲ୍ଲାର ତିନୋଟି ବହୁମୂଖୀ ଆଶ୍ରୟ ସ୍ଥଳି ଯଥା ରାୟଗଡ ବ୍ଲକର ହାଟ ଶେଷଖାଲ, ବିଷମ କଟକ କୁଟ୍ରାଗଡ଼ ଏବଂ ଗୁଣପୁରର ବିକ୍ରମପୁର ଠାରେ ମୋକ ଡ୍ରିଲ ଆୟୋଜନ କରାଯିବ l ଏହି ମୋକ ଡ୍ରିଲ ନିମନ୍ତେ ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳି ଅଂଚଳରେ ପରିଚାଳକ, ସ୍ଥାନୀୟ ଜନସାଧାରଣ, ସରପଂଚ, ସ୍ବେଚ୍ଛାସେବୀ, ଅଗ୍ନିଶମ ବିଭାଗ, ଆଦିଙ୍କୁ ସାମିଲ କରିବେ l ଅଗ୍ନିଶମ ବିଭାଗ ପକ୍ଷରୁ ମୋକ ପ୍ରଦର୍ଶନ କରି ଲୋକମାଙ୍କୁ ସଚେତନ କରିବେ l ଏଥିପାଇଁ ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ବିଡିଓ ମାନେ ସଂମନ୍ଵୟ ବୈଠକ ଡାକି ବିଭିନ୍ନ ବିଭଗୀୟ ଅଧିକାରୀମାନଙ୍କ ସହିତ ଆଲୋଚନା କରିବେ l

You May Also Like

More From Author

+ There are no comments

Add yours