Thu. Oct 15th, 2026

ଅସ୍ତବ୍ୟସ୍ତ କରୁଛି ତାତି। ଦିନର ପାରଦ ୪୦° ତଳକୁ ଖସିବାର ନାଁ ନେଉନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୮ ତାରିଖ ରବିବାର ଅପରାହ୍ନ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୯ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ/ସନ୍ଧ୍ୟାରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *