ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ ।ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।ଆଜି ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହେବ । ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବାର ସୂଚନା ଥିଲା। ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ। ଦିନ ୧୨ଟା ୩୦ରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଶ୍ରୀଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି, ବେଶ ଶେଷ ହେବ । ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ ଆଉ ଏହାପରେ ରଥଟଣା ଆରମ୍ଭ ହେବ ।
You May Also Like
ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ
September 20, 2024
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
More From Author
ବନ୍ଦ୍ ହୋଇଯିବ ଇଣ୍ଟରନେଟ!
July 13, 2023
ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସମୀର
July 13, 2023
ସଂରକ୍ଷିତ ଜଙ୍ଗଲରୁ ବାରହା ମାଂସ ଜବତ, ୨ଗିରଫ
July 12, 2023
+ There are no comments
Add yours