Wed. Oct 14th, 2026

ଓଡ଼ିଶାକୁ ଛୁଇଁଲା ମୌସୁମୀ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ସାରା ରାଜ୍ୟକୁ ଅଗ୍ରସର ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ମୌସୁମୀ ପ୍ରଭାବରେ ଓଡ଼ିଶା ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଅନ୍ୟପଟେ ଆଗାମୀ ୪ ରୁ ୫ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି।୨୫ ଓ ୨୬ରେ ଉପକୂଳ ଓଡ଼ିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ଲଗାଣ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ସତର୍କ ପଦକ୍ଷେପ ନେବାକୁ କୁହାଯାଇଛି । ତଳିଆ ଅଂଚଳରେ ବ୍ୟାପକ ପଦକ୍ଷେପ ନେବାକୁ କୁହାଯାଇଛି । କ୍ଷୟକ୍ଷତି ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା, ନୂଆପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।ସୂଚନା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧.୩ ମିମି ବର୍ଷା ରେକର୍ଡ କରାଯାଇଛ। ଯାହା ସ୍ୱାଭାବିକ ବର୍ଷା ୮.୯ ମିମି ତୁଳନାରେ ୧୩୯ ପ୍ରତିଶତ ଅଧିକ ରେକର୍ଡ ହୋଇଛି। ସର୍ବାଧିକ ବର୍ଷା ମାଲକାନଗିରି ଜିଲ୍ଲାରେ ୫୨.୫ ମିମି ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୫୯୧ % ଅଧିକ ରହିଛି।

Leave a Reply

Your email address will not be published. Required fields are marked *