ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି: ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

You May Also Like

More From Author

+ There are no comments

Add yours