ବଙ୍ଗୋପସାଗରରେ କିଛି ଘଣ୍ଟା ମଧ୍ୟରେ ଲଘୁଚାପ, ପ୍ରବଳ ବର୍ଷା ପାଇଁ ଆଜି ୧୦ ଜିଲ୍ଲାକୁ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ଆଜି ୧୦ ଜିଲ୍ଲାକୁ ୱାର୍ଣ୍ଣିଂ । ବଙ୍ଗୋପସାଗରରେ କିଛି ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଓଡିଶାକୁ ମୌସୁମୀ ବାୟୁ ପ୍ରବେଶ କରି ସାରିଥିବାରୁ ବଙ୍ଗୋପସାଗରରେ ଆସୁଥିବା ଲଘୁଚାପ ଏହାକୁ ଆହୁରି ସକ୍ରିୟ କରିବ । ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା ପାଇଁ ବିପଦ ଆଣିପାରେ ବର୍ଷା । ଆଜି ସକାଳଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଏହି ତିନି ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ପରିମାଣର ବର୍ଷା ହୋଇପାରେ ।
ଆଜି ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ଝାରସୁୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

You May Also Like

More From Author

+ There are no comments

Add yours